ଭୁବନେଶ୍ୱରରୁ ଗତ ୨୪ ଘଣ୍ଟାରେ ୮୧ ଜଣ କରୋନା ପଜିଟିଭ୍ ଚିହ୍ନଟ । ସୁସ୍ଥ ହେଲେ ଆଉ ୧୦୩ ଆକ୍ରାନ୍ତ ।

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୧୪୪୭ ଆକ୍ରାନ୍ତ । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଜଣ ସୁସ୍ଥ ହେଲେ ।

କନକ ବ୍ୟୁରୋ : ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛନ୍ତି । ଏଥିସହିତ ୧୦୩ ଜଣ କରୋନା ଆକ୍ରାନ୍ତ ରାଜଧାନୀରୁ ସୁସ୍ଥ ହୋଇଥିବା ରିପୋର୍ଟ ମିଳିଛି । ୮୧ ଜଣଙ୍କ ମଧ୍ୟରୁ ସଂଗରୋଧରୁ ୨୬ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୫ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୭୭୯ରେ ପହଞ୍ଚଛି । ଏଥିରୁ ୧,୧୯,୪୬୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୮୭ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୧,୨୦୬ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରିରହିଛି । ଏବେ ବି ଆମକୁ ସତର୍କ ରହିବା ସହିତ କରୋନା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ହେବ ବୋଲି କହିଛନ୍ତି ରାଜ୍ୟ ସରକାର ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe