ରାଜ୍ୟରେ ୮୪୯ କରୋନା ପଜିଟିଭ, ୧୩୦ ପିଲା ଆକ୍ରାନ୍ତ : ଖୋର୍ଦ୍ଧାରୁ ସର୍ବାଧିକ ୩୧୩ ପଜିଟିଭ ଚିହ୍ନଟ

149

କନକ ବ୍ୟୁରୋ : ଆଜି ପୁଣି ୧୩୦ଜଣ ପିଲା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ଘଂଟାରେ ୮୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୪୯୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩୫୭ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୩୧୩ ଓ କଟକରୁ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଅନୁଗୁଳରୁ ୧୯ ଜଣ, ବାଲେଶ୍ୱରରୁ ୪୮ ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ୯ ଜଣ, ଦେବଗଡ଼ରୁ ୯  ଜଣ, ଢେଙ୍କାନାଳରୁ ୧୪ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୪୨ ଜଣ, ଯାଜପୁରରୁ ୪୨ ଜଣ, ଝାରସୁଗୁଡ଼ାରୁ ୧ ଜଣ, କନ୍ଧମାଳରୁ ୨୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କୋରାପୁଟରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨୪ ଜଣ, କେଉଁଝରରୁ ୮ ଜଣ, ମାଲକାନଗିରିରୁ ୨ ଜଣ, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୧୯ ଜଣ, ନୂଆପଡ଼ାରୁ ୧,  ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୦ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର । ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଥିବା ବେଳେ ସମ୍ୱଲପୁରରୁ ୧୧ ଜଣ, ବରଗଡ଼ ଓ ଜଗତସିଂହପୁର ଜିଲ୍ଲାରୁ ୮ ଜଣ ଲେଖାଏଁ ଥିବା ବେଳେ ଯାଜପୁର ଜିଲ୍ଲାରୁ ୪ ଜଣ ଏବଂ ବୌଦ୍ଧ ଜିଲ୍ଲାରୁ ୩ଜଣ ଅଛନ୍ତି । ଏଣେ ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ସୁନ୍ଦରଗଡ଼ ଓ ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।ଅପରପକ୍ଷରେ ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩ ହଜାର ୫୯କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୮୮ ହଜାର ୯୦ ଜଣ ସୁସ୍ଥ ହୋଇଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮ହଜାର ୨୮୮ରହିଛି । ୭୧ ହଜାର ୨୩୧ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୧ ଦଶମିକ ୧୯ ପ୍ରତିଶତ ରହିଛି ।