ରାଜ୍ୟରେ ଆଉ ୧୦୦ ଜଣ ପିଲାଙ୍କୁ କରୋନା । ୨୪ ଘଣ୍ଟାରେ ୮୫୩ କରୋନା ପଜିଟିଭ ଚିହ୍ନଟ । ଖୋର୍ଦ୍ଧାରୁ ସର୍ବାଧିକ ୨୮୬ ଓ କଟକରୁ ୧୪୦ ଆକ୍ରାନ୍ତ ଚିହ୍ନଟ ।

150

କନକ ବ୍ୟୁରୋ: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୮୫୩ ନୂଆ କୋଭିଡ୍ ପଜିଟିଭ୍ । ଯେଉଁମାନଙ୍କ ମଧ୍ୟରେ ୪୯୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ବାକି ୩୫୭ ଜଣ ସଂକ୍ରମିତ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସରକାର ସୂଚନା ଦେଇଛନ୍ତି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୦ ଜଣ ପିଲା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ତେବେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୨୯, ବାଲେଶ୍ୱରରୁ ୪୬, ବରଗଡରୁ ୧୨, ଭଦ୍ରକରୁ ୧୮, କଟକରୁ ୧୪୦, ଜଗତସିଂହପୁରରୁ ୩୨, ଯାଜପୁରରୁ ୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ପାର୍ କରିଛି । ତେବେ ଏବେ ବି ରାଜ୍ୟରେ ୯୩୦୨ ଆକ୍ରାନ୍ତ ସକ୍ରିୟ ଅଛନ୍ତି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୯ ମୃତ୍ୟୁର ହିସାବ ଦେଇଛନ୍ତି ରାଜ୍ୟ ସରକାର । ଏହାକୁ ମିଶାଇ ରାଜ୍ୟରେ କୋଭିଡ ଜନିତ ମୃତ୍ୟୁସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି ।