ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ । ୩,୩୫,୩୬୯ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ।

128

କନକ ବ୍ୟୁରୋ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୧ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ବାକି ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୩୬୯ ହୋଇଥିବା ବେଳେ ଏବେ ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୨ ହଜାର ୪୯୯ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୯୧୦ ଜଣ ।

ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୬ ଜଣ, ଦେଓଗଡ଼ରୁ ଜଣେ, ଗଜପତିରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତ୍‌ସିଂହପୁରରୁ ଜଣେ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୭ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୯ ଜଣ, ପୁରୀରୁ ୮ ଜଣ, ରାୟଗଡ଼ରୁ ୪ ଜଣ, ସମ୍ବଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୨୬ ଜଣ, ଷ୍ଟେଟ୍‌ପୁଲ୍‌ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।