ତାଳଚେର ହିଙ୍ଗୁଳା ମନ୍ଦିର ପାଇଁ ୯.୩୨ କୋଟି ଟଙ୍କା ମଞ୍ଜୁର କଲେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

120

କନକ ବ୍ୟୁରୋ :  ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦ ସ୍ଥିତ ମା’ ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଏମସିଏଲ ବୋର୍ଡ ସିଏସଆର ପାଣ୍ଠିରୁ ୯.୩୨ କୋଟି ଟଙ୍କା ଅନୁମୋଦନ କରିଛନ୍ତି । ଏହାକୁ ନେଇ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଗତ ଜାନୁଆରୀ ୧୩ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନେଇ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଥିଲେ । ତାଳଚେର ଗୋପାଳପ୍ରସାଦ ସ୍ଥିତ ହିଙ୍ଗୁଳା ଠାକୁରାଣି ବୋର୍ଡର ପ୍ରସ୍ତାବ ଅନୁସାରେ ହିଙ୍ଗୁଳା ମନ୍ଦିର ସମ୍ମୁଖରେ ମୁଖଶାଳା ଓ ଯଜ୍ଞଶାଳାର ନିର୍ମାଣ କାର୍ଯ୍ୟପାଇଁ ଏମସିଏଲର ସିଆରସି ପାଣ୍ଠିରୁ ଶ୍ରଦ୍ଧାଳୁମାନଙ୍କ ସୁବିଧା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଚିଠିରେ ଶ୍ରୀ ପ୍ରଧାନ ଅନୁରୋଧ କରିଥିଲେ ।

ଏହି ଚିଠିର ପ୍ରତ୍ୟୁତରରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖି ଜଣାଇଛନ୍ତି କି ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦ ଅଞ୍ଚଳ ପାଇଁ ଏମସିଏଲ ବୋର୍ଡର ସିଆରସି ପାଣ୍ଠିରୁ ୯.୩୨ କୋଟି ଟଙ୍କା ଅନୁମୋଦନ କରାଗଲା ।