କନକ ବ୍ୟୁରୋ : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବିଳମ୍ବ ହେବନି ଘର ମିଳିବା ପ୍ରକ୍ରିୟା । ପ୍ରକୃତ ହିତାଧିକାରଙ୍କୁ ପକ୍କା ଘର ଯୋଗାଇ ଦିଆଯିବା ପ୍ରକ୍ରିୟାକୁ ତ୍ୱରାନିତ୍ୱ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ଆସନ୍ତା ଜାନୁଆରୀ ସୁଦ୍ଧା ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯିବ । ଜୁନ ମାସ ସୁଦ୍ଧା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାଢ଼େ ୯ ଲକ୍ଷ ପକ୍କାଘର ନିର୍ମାଣ କରାଯିବ । ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜିଲ୍ଲାପାଳ ମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ପ୍ରକ୍ରିୟା ତ୍ୱରାନିତ୍ୱ କରିବା ପାଇଁ ମୁଖ୍ୟ ଶାସନ ସଚିବ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ।
କାର୍ଯ୍ୟାଦେଶ ପ୍ରଦାନ ପୂର୍ବରୁ ପ୍ରତ୍ୟେକ ହିତାଧିକାରୀଙ୍କ ତାଲିକାକୁ ଜନ ସାଧାରଣଙ୍କ ଅବଗତି ନିମନ୍ତେ ପ୍ରତ୍ୟେକ ଗ୍ରାମ ପଂଚାୟତରେ ୧୦ ଦିନ ପାଇଁ ପ୍ରଦର୍ଶନ କରାଯିବ । ଏହି ତାଲିକାରେ କୌଣସି ଅଯୋଗ୍ୟ ବ୍ୟକ୍ତି ସ୍ଥାନିତ ହୋଇଥିଲେ, ଆପତି ଅଭିଯୋଗ ପଂଚାୟତ ଅଥବା ବ୍ଲକ୍ କାର୍ଯ୍ୟାଳୟରେ ରଖାଯାଇଥିବା ଉଦ୍ଦିଷ୍ଟ ବାକ୍ସରେ ପକାଇପାରିବେ । କାର୍ଯ୍ୟାଦେଶ ପ୍ରଦାନ ପୂର୍ବରୁ ବିଡ଼ିଓ ମାନଙ୍କ ମାଧ୍ୟମରେ ସଂପୃକ୍ତ ଘରର ଫଟୋ ଉଠା ଯାଇ ଜିଓ ଟ୍ୟାଗିଙ୍ଗ କରାଯିବ । ଏହି ଯାଂଚ ପ୍ରକ୍ରିୟାରେ ଅଯୋଗ୍ୟ ହିତାଧିକାରୀମାନଙ୍କୁ ବାଦ ଦିଆଯିବ । ବିରୋଧୀ ବିଜେପି ବାରମ୍ବାର ଅଭିଯୋଗ କରୁଥିଲା ଯେ ପ୍ରକୃତ ହିତାଧିକାରୀ ଏହି ଯୋଜନାର ଲାଭ ପାଇ ପାରୁନାହାନ୍ତି । ପରେ ଏହାକୁ ନେଇ କେନ୍ଦ୍ର ସରକାରଙ୍କ ନିକଟରେ ରାଜ୍ୟ ସରକାର ନିଜର ଆଭିମୁଖ୍ୟ ରଖିଥିଲେ । ଏହାପରେ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରକୃତ ହିତାଧିକାରୀଙ୍କୁ ଶୀଘ୍ର ଘର ଯୋଗାଇ ଦେବାକୁ ନିଷ୍ପତି ନେଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/12/1650112429_ezgif_com-gif-maker_27.jpg)