କନକ ବ୍ୟୁରୋ : ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସ ଦେଇଛି ୯ ଗ୍ୟାରେଣ୍ଟି । ନିର୍ବାଚନ ଇସ୍ତାହାର ପ୍ରକାଶ କରିବା ପୂର୍ବରୁ କଂଗ୍ରେସର ଏହି ଗ୍ୟାରେଣ୍ଟିକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ସବୁବର୍ଗକୁ ଲକ୍ଷ୍ୟ କରି ଏହି ୯ ଗ୍ୟାରେଣ୍ଟି ଆଣିଛି କଂଗ୍ରେସ ।କ୍ଷମତାକୁ ଆସିଲେ କଂଗ୍ରେସ ଏହି ୯ ଗ୍ୟାରେଣ୍ଟି ଉପରେ କାମ କରିବ ।
- ବୋନସ୍ ସହ ଧାନ ଏମଏସପି ୩୦୦୦ ଟଙ୍କା, କୃଷିଋଣ ଛାଡ, କୃଷକଙ୍କ ପାଇଁ ମାସିକ ପେନସନ ୨୦୦୦ ଟଙ୍କା
- ଉପଭୋକ୍ତାଙ୍କ ପାଇଁ ୨୦୦ ୟୁନିଟ୍ ପର୍ଯ୍ୟନ୍ତ ବିଦ୍ୟୁତ ଦେୟ ଛାଡ
- ୫ ଲକ୍ଷ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ବେକାରୀ ଭତ୍ତା ମାସିକ ୩୦୦୦ ଟଙ୍କା
- ଏସଏଚଜିକୁ ବ୍ୟାଙ୍କ ଋଣ ଛାଡ, ଚିଟଫଣ୍ଡ ଅର୍ଥ ଫେରସ୍ତ
- ଗୃହଲକ୍ଷ୍ମୀ ଯୋଜନାରେ ଘରର ମହିଳା ମୁଖ୍ୟଙ୍କୁ ୨୦୦୦ ଟଙ୍କା ଭତ୍ତା
- ପ୍ରତି ପରିବାରକୁ ମାସିକ ୫୦୦ ଟଙ୍କାରେ ସିଲିଣ୍ଡର
- ସମସ୍ତଙ୍କୁ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା
- ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗ ଭତ୍ତା ମାସିକ ୨୦୦୦ ଟଙ୍କା
- କ୍ଷମତାକୁ ଆସିଲେ ୧୦୦ ଦିନ ଭିତରେ ରାଜ୍ୟରେ ଜାତିଭିତ୍ତିକ-ସାମାଜିକ,ଆର୍ଥିକ ସର୍ଭେ ଆରମ୍ଭ ଏବଂ ଅନୁସୂଚିିତ ଜାତି/ଜନଜାତିଙ୍କୁ ୩୫ କିଲୋ ଚାଉଳ ସହିତ ୧ କେଜି ଡାଲି, ୧ ଲିଟର ତେଲ, ୧ କେଜି ଲୁଣ ଓ ୨୫୦ ଗ୍ରାମ ହଳଦୀ ଦିଆଯିବ

Advertisment

publive-image