କନକ ବ୍ୟୁରୋ: ରାଜସ୍ଥାନ ଝାଲବାର ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଏକ କାର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଚାଲିଯାଇଛି ୯ଜଣଙ୍କ ଜୀବନ ।
ସୂଚନା ମୁତାବକ, କାରଟି ଏକ ବିବାହ ଉତ୍ସବରୁ ଫେରୁଥିବା ବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭୋପାଳର ଡୁଙ୍ଗରୀ ଗାଁରୁ କାରଟି ଫେରୁଥିଲା ବେଳେ ଏକଲେରା ଗ୍ରାମ ନିକଟରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୭ ଜଣଙ୍କର ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇ ଝାଲୱାର ସରକାରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସମସ୍ତ ମୃତକଙ୍କ ବୟସ ୧୮ରୁ ୩୦ ବର୍ଷ ମଧ୍ୟରେ ଓ ସେମାନେ ସାଙ୍ଗ ବୋଲି ଜଣାପଡ଼ିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/04/Capture-53.jpg)