କନକ ବ୍ୟୁରୋ: ଭୁବନେଶ୍ୱରରେ ମାଡ଼ି ଚାଲିଛି ଭୂତାଣୁ । ପୁଣି ଚିହ୍ନଟ ହେଲେ ୯୦ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୬୩ ଜଣ ଥିବା ବେଳେ ସ୍ଥାନୀୟ ଅଂଚଳରୁ ଅଛନ୍ତି ୨୭ ଜଣ । ଭୁବନେଶ୍ୱର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫୯ରେ ପହଚଂଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ କିଏ କେଉଁ କେଉଁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ତାଙ୍କ ବାବଦରେ ସଂକ୍ଷିପ୍ତ ସୂଚନା ଜାରି କରିଛି ବିଏମସି... ନଜର ପକାନ୍ତୁ କେଉଁଠୁ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Update on newly detected & cured #COVID19 cases in the last 24 hrs under the BMC area on 15th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/L3vLlSMW1J— BMC (@bmcbbsr) July 15, 2020
ଭୁବନେଶ୍ୱରରେ ଏଯାଏଁ ୩୮୫ ଜଣ ସୁସ୍ଥ ହୋଇଛନ୍ତି । ୪୬୨ ଜଣ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି । ଆଉ ମୋଟ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ ।