ସଂକ୍ରମଣ କମିଲା, ସୁସ୍ଥ ସଂଖ୍ୟା ବଢିଲା । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୯୦୫ କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୧୦୨୧ ଜଣ
କନକ ବ୍ୟୁରୋ: ଭୁବନେଶ୍ୱର ପାଇଁ ଆଜି ଭଲ ଖବର । ଆଜି ରାଜଧାନୀରେ ସଂକ୍ରମଣ କମ ରହିଛି ସୁସ୍ଥ ସଂଖ୍ୟା ଅଧିକ ରହିଛି । ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୯୦୫ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରୁ ୧୪୫ ଜଣ ଚିହ୍ନଟ ହୋଇଥିବା ବେଳେ ୭୬୦ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Kanak News is now on WhatsApp
Join and get latest news updates delivered to you via WhatsApp
ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ଭୁବନେଶ୍ୱରରେ ୬୯,୯୦୨ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୫୬,୮୩୧ ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି । ଆହୁରି ୧୨,୭୩୨ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।