କନକ ବ୍ୟୁରୋ: କରୋନା ବିପକ୍ଷ ଯୁଦ୍ଧରେ ବିଜୟୀ ହେଉଛନ୍ତି ବୟୋଜ୍ୟେଷ୍ଠ । ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହେଉଛନ୍ତି ଜଣକ ପରେ ଜଣେ ବରିଷ୍ଠ ନାଗରିକ । ଏହି କ୍ରମରେ ବୁଧବାର ଜଣେ ୯୯ ବର୍ଷୀୟ ବୃଦ୍ଧ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଭୁବନେଶ୍ୱର ସହିଦନଗର ଅଂଚଳର ମୁରଲୀଧର ଦାସ କୋଭିଡ ସଂକ୍ରମିତ ହୋଇ ଗତ ମେ ୯ ତାରିଖରେ ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ । ତେବେ ସମ କୋଭିଡର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟ ସେବାରେ ନିୟୋଜିତ ଥିବା କର୍ମଚାରୀଙ୍କ ଉତ୍ତମ ଚିକିତ୍ସା, ସେବା ଓ ଯତ୍ନ ଫଳରେ ସେ ସୁସ୍ଥ ହୋଇ ଏବେ ଘରକୁ ଫେରିଛନ୍ତି ।
ମୁରଲୀଧରଙ୍କର ପାର୍କିନ୍ସନ, ଉଚ୍ଚ ରକ୍ତଚାପ, ମଧୁମେହ ଭଳି ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ରହିଥିବା ବେଳେ ଆଗରୁ ବ୍ରେନଷ୍ଟ୍ରୋକ ମଧ୍ୟ ହୋଇସାରିଛି । କୋଭିଡ ଆକ୍ରାନ୍ତ ହେବା ପରେ ସେ ଠିକ ଭାବେ କଥା ମଧ୍ୟ କହି ପାରୁନଥିଲେ । ତେଣୁ ଏହି ବୟୋଜ୍ୟେଷ୍ଠଙ୍କର ନିଷ୍ଠା ଓ ଯତ୍ନର ସହ ସେବା କରିଥିଲେ ସମ କୋଭିଡର ଡାକ୍ତର ଓ ନର୍ସ । ଦୀର୍ଘ ୧୧ ଦିନ ମଧ୍ୟରେ ତାଙ୍କ ସହ ଏକ ଅନାବିଳ ସମ୍ପର୍କ ସୃଷ୍ଟି ହୋଇଯାଇଥିଲା ବୋଲି କହିଛନ୍ତି ହସ୍ପିଟାଲର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟକର୍ମୀ । ମୁରଲୀଧର ହସ୍ପିଟାଲରୁ ଡିସଚାର୍ଜ ହେବା ସମୟରେ ବେଶ ଆନନ୍ଦିତ ଥିଲେ। ସେ ଯିବା ସମୟରେ ଏକ ଭାବବିହ୍ଵଳ ପରିବେଶ ସୃଷ୍ଟି ହୋଇଥିଲା । କୋଭିଡର ଦ୍ଵିତୀୟ ଲହରୀ ସମୟରେ ଭୁବନେଶ୍ୱରର ୯୦ ଓ ୯୮ ବର୍ଷୀୟା ଦୁଇ ଜଣ ବୃଦ୍ଧା ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/05/WhatsApp-Image-2021-05-19-at-22.27.59.jpeg)