Cyclone Montha Live 

ଏସ୍‌ଆରସି ପକ୍ଷରୁ କୁହାଯାଇଛି ଯେ, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ । ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ ।  କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ସୁରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଆଶ୍ରୟସ୍ଥଳୀ ଭାବେ ବାଛନ୍ତୁ । ଅକ୍ଟୋବର ୨୬ ତାରିଖ ଠାରୁ ୨୯ ପର୍ଯ୍ୟନ୍ତ ସମୁଦ୍ର ଅସ୍ଥିର ରହିବ ।  ସମ୍ଭାବିତ ବାତ୍ୟା ସମୟରେ ଅକ୍ଟୋବର ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ  ପବନର ବେଗ ଘଣ୍ଟା ପିଛା ୩୫ରୁ ୬୦ କିମି ରହିବ। ଏହା ଘଣ୍ଟା ପିଛା ସର୍ବାଧିକ ୭୦କିମି ହୋଇପାରେ ।

Advertisment

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

ଆନ୍ଧ୍ର ପ୍ରଦେଶ ଉପକୂଳ ମୁହାଁ ହେଉଥିବା ସମ୍ଭାବ୍ୟ ବାତ୍ୟାର ବିଶେଷ ପ୍ରଭାବ ପଡ଼ିବନି। ଅକ୍ଟୋବର ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ୨୭ରୁ ୨୯ ମଧ୍ୟରେ ମାଲକାନଗିରି ଓ କୋରାପୁଟରେ ଅତି ଭାରି ବର୍ଷା ଓ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ବିଶ୍ୱଜିତ ସାହୁ ସୂଚନା ଦେଇଛନ୍ତି।

ଅଶାନ୍ତ ରହିବ ସମୁଦ୍ର

୨୬ ତାରିଖ ଆଡ଼କୁ ଏହା ଆହୁରି ଶକ୍ତି ଗୋଟାଇବ ଏବଂ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ। ସୋମବାର (୨୭ ତାରିଖ) ସକାଳ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇସାରିଥିବ ଏବଂ ଦକ୍ଷିଣ-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ। ତେବେ ଏହା କେତେ ଭୟଙ୍କର ହେବ, ‌ଗତିପଥ କେଉଁଆଡ଼େ ରହିବ ଓ କେଉଁଠାରେ ଏହା ସ୍ଥଳଭାଗକୁ ଛୁଇଁବ, ସେ ସଂକ୍ରାନ୍ତରେ ଏବେ କୌଣସି ସ୍ପଷ୍ଟ ସୂଚନା ନାହିଁ। ସମ୍ଭାବ୍ୟ ବାତ୍ୟା ଯୋଗୁଁ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ବାରଣ କରାଯାଇଛି।

ଗଞ୍ଜାମରେ ୨ ଦିନ ସ୍କୁଲ, ଅଙ୍ଗନବାଡି ବନ୍ଦ
•ଅକ୍ଟୋବର ୨୭ ଓ ୨୮ରେ ବନ୍ଦ ରଖିବାକୁ ନିଷ୍ପତ୍ତି
•ସମସ୍ତ ପର୍ଯ୍ୟଟନସ୍ଥଳୀ ଆସନ୍ତା ୩ ଦିନ ଯାଏଁ ବନ୍ଦ
•ଗୋପାଳପୁର, ସୋନପୁର ବେଳାଭୂମି ମଧ୍ୟ ବନ୍ଦ
•ଗଂଜାମ ଜିଲ୍ଲାରେ ଜନ ଅଭିଯୋଗଶୁଣାଣି ବି ବନ୍ଦ
•ସୂଚନା ଦେଲେ ଗଞ୍ଜାମ ଜିଲ୍ଲାପାଳ