ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି । ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ କମିଟି ଅଧ୍ୟକ୍ଷ, ୬ ତାରିଖରେ ବୈଠକ ।

115

କନକ ବ୍ୟୁରୋ: ରତ୍ନଭଣ୍ଡାର ଖୋଲିବା ପାଇଁ ୧୬ ଜଣିଆ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ ନୂଆ କମିଟିର ମୁଖ୍ୟ ହେବେ । ୬ ତାରିଖରେ ଏହି ନୂଆ କମିଟିବୈଠକ କରି ରତ୍ନଭଣ୍ଡାର କେବେ ଖୋଲାଯିବ ଓ ରତ୍ନଭଣ୍ଡାର ଖୋଲାଯିବା ନେଇ ରୂପରେଖ କଣ ରହିବ ସେ ନେଇ ନିଷ୍ପତ୍ତି ନେବ । ପୁରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ଅଫିସରେ ଏହି ବୈଠକ ହେବ । ଆଉ ମରାମତି, ଗଣତି ଓ ମଣତି ନେଇ ନିଷ୍ପତି ନିଆଯିବ । କେଉଁ କେଉଁ ପ୍ରକ୍ରିୟାରେ ଏହା ହେବ ସେ ନେଇ ନିଷ୍ପତ୍ତି ନେବ କମିଟି । ଆଉ ଏହାପରେ ସରକାର ରତ୍ନଭଣ୍ଡାର ଖୋଲିବା ନେଇ ସ୍ପଷ୍ଟ ଚିତ୍ର ଦେବେ ।

କମିଟରେ କେଉଁ କେଉଁମାନେ ସଦସ୍ୟ ରହିବେ ତାର ସ୍ତୁବିସ୍ତୁତ ତଥ୍ୟ କାଲି ସରକାର ଦେବେ ।ଏହି ଘୋଷଣା ସହ ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଭଙ୍ଗ ହୋଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ତତକାଳୀନ ବିଜେଡି ସରକାର ଅରିଜିତ ପଶାୟ ତ୍ତଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରିଥିଲେ । ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରତ୍ନୠଣ୍ଡାର ଖୋଲାଯିବ । ମହାପ୍ରଭୁ ମନ୍ଦିରରେ ନଥିବା ସମୟରେ ହିଁ ଖୋଲାଯିବ ରତ୍ନଭଣ୍ଡାର । ବହୁ ବିଚାରବିମର୍ଷ ପରେ ମୁଖ୍ୟମନ୍ତ୍ରୀ ଅନୁମୋଦନ କ୍ରମେ ଆଜି ଏଭଳି ନିଷ୍ପତି ହୋଇଛି ବୋଲି ଆଇନମନ୍ତ୍ରୀ କହିଛନ୍ତି । ରତ୍ନଭଣ୍ଡାର କେବେ ଖୋଲିବ ? କେଉଁ ପ୍ରକ୍ରିୟାରେ ରତ୍ନ ଗଣତି ହେବ ? କିଏ କିଏ ରତ୍ନଭଣ୍ଡାର ଭିତରକୁ ଯିବେ ସେନେଇ ନିଷ୍ପତି ନେବାକୁ ରାଜ୍ୟ ସରକାର ଏହି କମିଟି ଗଠନ କରିଛନ୍ତି ।