କନକ ବ୍ୟୁରୋ: ହାରିବ କରୋନା, ଜିତିବ ମଣିଷ। ଏ କଥାକୁ ପୁଣି ଥରେ ସାବ୍ୟସ୍ତ କରିଛନ୍ତି ୯୦ ବର୍ଷୀୟା ଜଣେ ବୃଦ୍ଧା । ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି କରୋନା ସଂକ୍ରମିତ ହୋଇଥିବା ବାଉରୀ ସାହୁ ।
ଭୁବନେଶ୍ୱର ୟୁନିଟ ୨ ଅଂଚଳର ବାଉରୀ ଗତ ମେ ୩ ତାରିଖରେ କୋଭିଡ ଆକ୍ରାନ୍ତ ହେବା ପରେ ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ । ତେବେ ଏହି ହସ୍ପିଟାଲର ଡାକ୍ତର, ନର୍ସ ଏବଂ ଅନ୍ୟ ସ୍ୱାସ୍ଥ୍ୟ କର୍ମୀଙ୍କ ପ୍ରଚେଷ୍ଟା ଫଳରେ ସେ ରବିବାର ଆରୋଗ୍ୟ ଲାଭ କରିବା ସହ ଘରକୁ ଫେରିଛନ୍ତି ବାଉରୀ ସାହୁ ।
ବୃଦ୍ଧା ଜଣଙ୍କ ସୁସ୍ଥ ହେବା ନେଇ ସମ କୋଭିଡ ହସ୍ପିଟାଲକୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ତାଙ୍କ ପୁଅ ବିଶି ସାହୁ । ଗତ ୧୩ ତାରିଖରେ ଜଣେ ୯୮ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା ବିଶ୍ୱାଳ ମଧ୍ୟ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2021/05/sss.jpg)