ଭୁବନେଶ୍ୱରରେ ବ୍ରିଟେନ ଫେରନ୍ତା । କୋଭିଡ ପରୀକ୍ଷା ପାଇଁ ଚିହ୍ନଟ ବ୍ୟକ୍ତିଙ୍କର ନିଆଗଲା ନମୂନା । ଭୟଭୀତ ନହେବାକୁ ପରାମର୍ଶ ।

856

କନକ ବ୍ୟୁରୋ: ଭୁବନେଶ୍ୱରରେ ବ୍ରିଟେନ ଫେରନ୍ତା ଚିହ୍ନଟ । ଗତ ସପ୍ତାହରେ ସେ ବ୍ରିଟେନରୁ ଫେରିଛନ୍ତି । ଚିହ୍ନଟ ବ୍ୟକ୍ତିଙ୍କର କୋଭିଡ ପରୀକ୍ଷା କରାଯାଇଛି । ଏବେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ବିଏମସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ ଏନେଇ ସୂଚନା ଦେଇଛନ୍ତି । ତାଙ୍କ ପରିବାର ଲୋକଙ୍କର ମଧ୍ୟ ହେବ କୋଭିଡ ଟେଷ୍ଟ । କାହାରି କି ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ବିଏମସି କମିସନର । ବ୍ରିଟେନରେ କରୋନା ନୂଆ ଷ୍ଟ୍ରେନ ନେଇ ଏବେ ସାରା ବିଶ୍ୱ ଚିନ୍ତିତ ହୋଇପଡିଥିବା ବେଳେ ରାଜଧାନୀରେ ବ୍ରିଟେନ ଫେରନ୍ତା ଚିହ୍ନଟ ହୋଇଛନ୍ତି ।

ସେପଟେ କରୋନା ନୂଆ ଷ୍ଟ୍ରେନକୁ ନେଇ ଭୁବନେଶ୍ୱର ବିମାନବନ୍ଦର ପକ୍ଷରୁ ଏସଓପି ଜାରି କରାଯାଇଛି । ବିଦେଶ ଫେରନ୍ତାଙ୍କ ଯାତ୍ରୀଙ୍କ ସଂପର୍କରେ ସୂଚନା ପାଇଁ ସମସ୍ତ ବିମାନ ସେବା ପ୍ରଦାନକାରୀ ସଂସ୍ଥାକୁ ବିମାନ ବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ବିମାନବନ୍ଦର ଟର୍ମିନାଲ ପରିସରରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର କିଓସ୍କରେ ଯାତ୍ରୀଙ୍କ ଯାଂଚ କରାଯାଉଛି । ବର୍ତମାନ ଭୁବନେଶ୍ୱରକୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ ଅଛି । ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ୨୭ଟି ବିମାନ ଭୁବନେଶ୍ୱରରୁୁ ଯାଉଛି । ଲକ୍ଷଣ ଥିବା ୫୫ ବର୍ଷରୁ ଅଧିକ ସମସ୍ତ ଯାତ୍ରୀଙ୍କ ଆଟିଂଜେନ ଟେଷ୍ଟ ବାଧ୍ୟତାମୂଳକ ବୋଲି ଭୁବନେଶ୍ୱର ବିମାନବନ୍ଦର କାର୍ଯ୍ୟକାରୀ ନିର୍ଦ୍ଦେଶକ ଗୌତମ ରାୟଙ୍କ କହିଛନ୍ତି ।