ସମ୍ବଲପୁରରେ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା । ବସ୍ ହେଲପରଙ୍କ ମୃତ୍ୟୁ, ୮ ଜଣ ଗୁରୁତର

211

କନକ ବ୍ୟୁରୋ: ସମ୍ବଲପୁର ଜିଲ୍ଲା ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥରେ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା । ଚିକିତ୍ସାଧୀନ ଅବସ୍ଥାରେ ବସ୍ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି । ଶ୍ରୀରାମଜୀ ନାମକ ଯାତ୍ରୀବାହୀ ବସଟି ବରଗଡରୁ ଭଦ୍ରକ ଯାଉଥିବା ବେଳେ ଆମଲାଙ୍ଗ ନିକଟରେ ଟ୍ରକ୍ ସହ ଧକ୍କା ହୋଇଥିଲା । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ, ପୁଲିସ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । ଗୁରୁତରଙ୍କ ମଧ୍ୟରୁ ହେଲପରଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ହସ୍ପିଟାଲ ଭର୍ତ୍ତି କରାଯାଇଥିଲା ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।