କନକ ବ୍ୟୁରୋ: ଅହମ୍ମଦାବାଦରେ ଜମିଲାଣି କ୍ରିକେଟର, ନେତା ଓ ସେଲିବ୍ରିଟିଙ୍କ ଭିଡ଼ । ଅପରାହ୍ନ ୩ଟାରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତାଙ୍କ ସହ ଏହି ସ୍ମରଣୀୟ ମ୍ୟାଚ୍ ଦେଖିବାକୁ ଆସିବେ ଶହଶହ ଭିଭିଆଇପି । ପ୍ରଥମ ଥର ଷ୍ଟାଡିୟମରେ ମ୍ୟାଚ୍ ଦେଖିବେ ୧ ଲକ୍ଷ ୩୦ ହଜାର ଦର୍ଶକ । ମନୋରଞ୍ଜନ ପାଇଁ ହେବ ଏୟାର ସୋ, ଲେଜର ସୋ ଓ ଡ୍ରୋନ୍ ସୋ ।

Advertisment

ଚାରିବର୍ଷର ଅପେକ୍ଷା ଏବେ ଶେଷ ପାହଚରେ । ରବିବାର ହେବ ବିଗ ଫାଇଟ । ଭାରତ ମାଟିରେ କଙ୍ଗାରୁଙ୍କୁ ଚକମା ଦେବାକୁ ରୋହିତ ବାହୀନୀ ଏକଦମ ପ୍ରସ୍ତୁତ । ପଡିଆ ପ୍ରସ୍ତୁତ, ଖେଳାଳୀ ମଧ୍ୟ ପ୍ରସ୍ତୁତ । ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଉକ୍ରଣ୍ଠା । ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ । ରବିବାର ଅହମ୍ମଦାବାଦ ନରେନ୍ଦ୍ର ମୋଦୀ ଷ୍ଟାଡିୟମ ବିଶ୍ୱକପ ୨୦୨୩ ମହାଯୁଦ୍ଧର ସାକ୍ଷୀ ରହିବ । ମ୍ୟାଚ ପୂର୍ବରୁ ଚଳଚଂଚଳ ଅହମ୍ମବାଦାବାଦ । ପହଁଚିଲେଣି ଦେଶବିଦେଶରୁ ଅତିଥି । ଟିମ ଇଣ୍ଡିଆ ଜର୍ସି ପିନ୍ଧି ପହଁଚୁଛନ୍ତି ଦର୍ଶକ ।