ରାଜ୍ୟରେ ୩ ଦିନ ବର୍ଷା । ବଙ୍ଗୋପସାଗରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ।

1,099

କନକ ବ୍ୟୁରୋ: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ । ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।
ଗଞ୍ଜମ, ଗଜପତି, କେନ୍ଦୁଝର, ରାୟଗଡା, ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବ । ବିଶେଷ କରି ଦକ୍ଷିଣ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ରହିଛି ।