ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ୧୨ଘଣ୍ଟାରେ ହେବ ଘନୀଭୂତ

179

କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ପୂର୍ବ ଓ ପାଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ ଏବଂ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା । ଏହାର ପ୍ରଭାବରେ ଆଜିଠୁ ବଢିବ ବର୍ଷା । ପ୍ରବଳ ବର୍ଷା ପାଇଁ ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କାଲିଠୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଶନିବାର ପଶ୍ଚିମ ଓଡିଶାରେ ଅତିପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ ୧୭ଜିଲ୍ଲା ଓ ୨୦ ତାରିଖରେ ୮ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ତେବେ ଖାଲି ଓଡିଶାରେ ନୁହଁ ମହାନଦୀର ଉପରମୁଣ୍ଡରେ ଥିବା ଛତିଶଗଡରେ ମଧ୍ୟ ୧୯ରୁ ୨୧ ଯାଏ ପ୍ରବଳ ବର୍ଷା ହେବ । ଏଥିଯୋଗୁଁ ମହାନଦୀରେ ପାଣି କମିବା ଆଶଙ୍କା କମ୍ ବଢିବା ଅଧିକ ହୋଇଛି ।