ସୃଷ୍ଟି ହେଲା ଲଘୁଚାପ, ରାଜ୍ୟରେ ବଢିବ ବର୍ଷା । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

281

କନକ ବ୍ୟୁରୋ : ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଂଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୫ ଦଶମିକ ୮ କିମି ପର୍ଯ୍ୟନ୍ତ ବ୍ୟାପିଛି ।

ଲଘୁଚାପ ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତିି ପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।