କନକ ବ୍ୟୁରୋ: ଶୀତ ଭିତରେ ଆସୁଛି ବଡ଼ ବର୍ଷା । ଲଘୁଚାପ ଆସୁଥିବାରୁ ଆସନ୍ତା ୧୫ରୁ ବର୍ଷାର ସମ୍ଭାବନା ରହିଛି । ନଭେମ୍ବର ୧୪ ତାରିଖରୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ୧୫ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆକଳନ ଅନୁସାରେ, ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ଦିଗ ବଦଳାଇ ୧୬ ତାରିଖ ସୁଦ୍ଧା ଉତ୍ତର ଦିଗକୁ ମୁହାଁଇପାରେ । ଏହା ପ୍ରଭାବରେ ୧୫ରୁ ଦକ୍ଷିଣ ଓଡ଼ଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହା ଉତ୍ତର ଦିଗକୁ ମୁହାଁଉଥିବାରୁ ଉପକୂଳ ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୬ରୁ ୧୮ ତାରିଖ ଭିତରେ ଉପକୂଳ ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ । ସେପଟେ ଶୀତର ପ୍ରଭାବ ଧୀରେ ଧୀରେ ବଢୁଥିବା ବେଳେ ୧୨ ତାରିଖ ପର୍ଯ୍ୟନ୍ତ ରାତି ତାପମାତ୍ରା ହ୍ରାସ ପାଇବ କିନ୍ତୁ ଦିନ ତାପମାତ୍ରା ବଢିବ ବୋଲି ଆକଳନ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2023/11/iStock-898238970.jpg)