କନକ ବ୍ୟୁରୋ: ଓଡିଶାରେ ଏସଆଇଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ । କଳାଧନ ବିଷୟରେ ଗଠିତ ଏସଆଇଟି ଉପାଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି । ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଜଷ୍ଟିସ ପଶାୟତ । ପତ୍ନୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଆଜି ଅପରାହ୍ଣରେ ସେ ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଗଣତି ପାଇଁ ଗଠିତ ସ୍ୱତନ୍ତ୍ର କମିଟି ସହ ବୈଠକ କରିବେ । ରାଜ୍ୟ ସରକାର ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତଙ୍କ ନେତୃତ୍ୱରେ ଏକ ୧୨ ଜଣିଆ କମିଟି ଗଠନ କରିଛନ୍ତି । ରତ୍ନଭଣ୍ଡାର କମିଟି ସହ ରତ୍ନଭଣ୍ଡାର ଅନୁଧ୍ୟାନ ସଂପର୍କରେ ଆଲୋଚନା କରିବେ ବୋଲି ଜଣାପଡିଛି । ଏଥିପାଇଁ ପ୍ରଶାସନିକ ସ୍ତରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେହିପରି ଆସନ୍ତା ୧୧ ତାରିଖରେ କଳାଧନ ସଂପର୍କିତ ବୈଠକରେ ସମୀକ୍ଷା କରିବେ । ୨୦୨୪ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଏହି ବୈଠକକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଭାରତୀୟ ନିର୍ବାଚନ କମିସନଙ୍କ ପକ୍ଷରୁ ଏହି ବୈଠକରେ ୨୪ ନିର୍ବାଚନରେ କଳାଟଙ୍କା ରୋକିବା ପାଇଁ କଣ ସବୁ ପଦକ୍ଷେପ ନିଆଯିବ ସେ ଉପରେ ଆଲୋଚନା ହେବ ।
ଓଡିଶାରେ ଏସଆଇଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ: ରତ୍ନଭଣ୍ଡାର କମିଟି ସହ ବୈଠକ, ସୋମବାର ଦିନ କଳାଧନ ସଂପର୍କିତ ମିଟିଂରେ କରିବେ ସମୀକ୍ଷା
/kanak/media/post_attachments/wp-content/uploads/2024/03/25-9.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)