ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ଦେଉନାହାନ୍ତି ୧୮ ହଜାରରୁ ଅଧିକ ପିଲା : କାହିଁକି ରହିଲେ ଅନୁପସ୍ଥିତ, ଅନୁଧ୍ୟାନ କରିବ ଗଣଶିକ୍ଷା ବିଭାଗ

237

କନକ ବ୍ୟୁରୋ : ଚଳିତଥର ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି । ହେଲେ ଦୁଇଟି ପରୀକ୍ଷାରେ ଏଯାବତ ୧୮ ହଜାରରୁ ଅଧିକ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି । ବିଭିନ୍ନ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ କଟକ ଜିଲ୍ଲାରେ ୪୨୦ ଜଣ, କେନ୍ଦ୍ରାପଡ଼ା ୪୨୫ ଜଣ, ଜଗତସିଂହପୁରରେ ୨୩୫ ଜଣ, ଖୋର୍ଦ୍ଧାରେ ୪୯୪ ଜଣ, କୋରାପୁଟରେ ୬୮୬ ଜଣ, ଯାଜପୁରରେ ୭୫୫, ଭଦ୍ରକରେ ୫୦ ଜଣ ପ୍ରଥମ ଦିନ ପରୀକ୍ଷାରେ ଅନୁପସ୍ଥିତ ଥିଲେ ।

ସେହିଭଳି ବାଲେଶ୍ୱରରେ ୧୧୫୮, ବଲାଙ୍ଗୀରରେ ୧୧୯୯ ଜଣ, କଳାହାଣ୍ଡିରେ ୭୬୬ ଜଣ, ଦେବଗଡ଼ରେ ୯୪ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆସି ନଥିଲେ । ଅନ୍ୟପଟେ ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପ୍ରତ୍ୟେକ ବର୍ଗରେ ୫ଶହରୁ ଅଧିକ ପିଲା ପରୀକ୍ଷା ଦେଇନାହାନ୍ତି । ପୂର୍ବରୁ ମାଟ୍ରିକ ପରୀକ୍ଷାର ସମେଟିଭ୍-ୱାନରେ ରାଜ୍ୟରେ ମୋଟ ୧୩ ହଜାର ୫୮ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ । ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।