ଗର୍ଭବତୀ ମହିଳାଙ୍କ ପାଇଁ ଖୁସି ଖବର । ହସ୍ପିଟାଲକୁ ଆସିଲା ନୂଆ ଟେକ୍ନୋଲୋଜି । ଡେଲିଭରି ବେଳେ ଜଣାପଡିବ ନାହିଁ ଯନ୍ତ୍ରଣା

4,779

କନକ ବ୍ୟୁରୋ : ମହିଳା ମାନେ ଯେତେବେଳେ ପିଲା ଜନ୍ମ କରନ୍ତି ସେତେବେଳେର କଷ୍ଟ ଓ ଯନ୍ତ୍ରଣା ସେ ହିଁ ଜାଣିଥା’ନ୍ତି । ତାଙ୍କ ବ୍ୟତିିତ ଏହି ଯନ୍ତ୍ରଣା କେବଳ କିଛି ମାତ୍ରରେ ଡେଲିଭରି କରାଉଥିବା ଡାକ୍ତର ଓ ନର୍ସ ମାନେ ଅନୁଭବ କରିପାରନ୍ତି । ହେଲେ ଏବେ ଡାକ୍ତରୀ ବିଜ୍ଞାନ ଏକ ନୂଆ ତରିକାରେ ଡେଲିଭରି କରାଇବ ଯେଉଁ ତରିକାରେ ଗର୍ଭବତୀ ଜଣଙ୍କୁ ଡେଲଭରି ସମୟରେ ଗର୍ଭ ଯନ୍ତ୍ରଣା ଜଣାପଡିବ ନାହିଁ । ବିଜ୍ଞାନର ଅଗ୍ରଗତି ଯୋଗୁଁ ପ୍ରତିଦିନ ବିଶ୍ୱରେ କିଛି ନା କିଛି ନୂତନ ଉଦ୍ଭାବନ ଦେଖିବାକୁ ମିଳିଛି । ହେଲେ ବିଜ୍ଞାନର ଅଗ୍ରଗତି ସବୁଠୁ ଅଧିକ ଦେଖିବାକୁ ମିଳୁଛି ଚିକିତ୍ସା ବିଜ୍ଞାନରେ । ଯାହାଦ୍ୱାରା ଅସାଦ୍ଧ ରୋଗର ଚିକିତ୍ସା ବି ସହଜରେ ସାଧନ ହୋଇ ପାରୁଛି । ହେଲେ ପ୍ରଥମ ଥର ପାଇଁ ଗର୍ଭବତୀ ମାନଙ୍କୁ ଡେଲିଭରି ସମୟରେ ହେଉଥିବା ଯନ୍ତ୍ରଣାରୁ ମୁକ୍ତି ଦେବାକୁ ବ୍ରିଟେନର ଡାକ୍ତର ମାନେ ଏକ ଗବେଷଣା କରି ସେଥିରେ ଉପନୀତ ହୋଇଛନ୍ତି । ଯେଉଁଥି ପାଇଁ ଏହି ଗବେଷଣା କରୁଥିବା ଟିମ୍ କୁ ସାରା ବିଶ୍ୱରୁ ପ୍ରଶଂସାର ସୂଅ ଛୁଟୁଛି ।

ବ୍ରିଟେନ୍ ର ଏକ ହସ୍ପିଟାଲରେ ପ୍ରଥମଥର ପାଇଁ ଗର୍ଭବତୀ ମହିଳାଙ୍କ ଯନ୍ତ୍ରଣା କମାଇବାକୁ ଏହି ନୂଆ ପଦକ୍ଷେପ ନିଆଯାଇଛି । ଏଠାରେ ନ୍ୟାସନାଲ ହେଲ୍ଥ ସର୍ଭିସ ପକ୍ଷରୁ ହସ୍ପିଟାଲରେ ଗର୍ଭବତୀଙ୍କୁ ଭର୍ଚୁଆଲ ରିୟଲିଟି ହେଡସେଟ୍ ପିନ୍ଧିବାକୁ ଦିଆଯାଉଛି । ଏହାର ମୁଖ୍ୟ ଉର୍ଦ୍ଦେଶ୍ୟ ହେଲା ଗର୍ଭବତୀ ଲେବର ରୁମ୍ କୁ ଯିବା ପୂର୍ବରୁ ଯନ୍ତ୍ରଣା ଉପରୁ ତାଙ୍କର ନଜର ହଟିଯିବ । ମାତ୍ର ୭ ମିନିଟ୍ ପାଇଁ ଗର୍ଭବତୀଙ୍କୁ ଏହି ହେଡସେଟ୍ ପିନ୍ଧିବାକୁ ପଡିବ । ଏହି ସମୟରେ ଭିଆରରେ ଲାଇଟିଂ, ସମୁଦ୍ର ଲହଡି, ମଙ୍ଗଳ ଗ୍ରହରେ ପାଦ ଥାପିବା,ପେଙ୍ଗୁଇନ ମାନଙ୍କ ଗହଣରେ ଥିବା ଭଳି ଗର୍ଭବତୀଙ୍କୁ ଅନୁଭବ ହେବ । ଏଥି ସହିତ ମନକୁ ଶାନ୍ତ ରଖିବା ପାଇଁ ଗର୍ଭବତୀ ମାନେ ସଂଗୀତ ମଧ୍ୟ ଶୁଣିପାରିବେ । ଏହା ପ୍ରଥମେ ୱେଲ୍ସର ସମସ୍ତ ହସ୍ପିଟାଲରେ ଲାଗୁ କରାଯିବ ।

Comments are closed.