କନକ ବ୍ୟୁରୋ : ନୟାଗଡ଼ରେ ସଡ଼କ ଦୁର୍ଘଟଣା । ମର୍ଣ୍ଣିଂ ୱାକ୍ ବେଳେ ମାଡିଗଲା ଅଜଣା ଗାଡି । ଦୁର୍ଘଟଣାରେ ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ୫୭ ନମ୍ବର ଜାତୀୟ ରାଜପଥ ସମ୍ପଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକ ହେଲେ ଟିକିନା ପ୍ରଧାନ ଓ ମାନସୀ ମର୍ଥା । ଗୁରୁତର ମହିଳା ହେଉଛନ୍ତି ସୁରବାଳା ପରିଡ଼ା । ଗାଡି ନେଇ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି ।
ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ମର୍ଣ୍ଣଂ ୱାକରେ ଯାଇଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଯେଉଁଥିରେ ଦୁଇ ଜଣ ମହିଳା ପ୍ରାଣ ହରାଇଥିବା ବେଳେ ଜଣେ ମହିଳା ଗୁରୁତର ଭାବେ ଆହତ ହୋଇଛନ୍ତି । ତେବେ ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରୁ ଗାଡି ନେଇ ଫେରାର ହୋଇଯାଇଛି ସମ୍ପୃକ୍ତ ଗାଡିର ଡ୍ରାଇଭର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/10/4-26.jpg)