କନକ ବ୍ୟୁରୋ: କଟକ ଜିଲ୍ଲା ତ୍ରିଶୁଳିଆ କୁଆଖାଇ ନଦୀ ପୋଲ ଉପରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ସିମେଣ୍ଟ ବୋଝେଇ ଟ୍ରକ୍ ସହ କାର ମୁହାଁମୁହିଁ ଧକ୍କା ହେବା ଫଳରେ ବ୍ରିଜରୁ ତଳକୁ ଖସି ପଡ଼ିଥିଲା ଟ୍ରକ୍ । ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ କାର୍ ଓ ଟ୍ରକ୍ ଡ୍ରାଇଭରଙ୍କ ସମେତ ୪ ଜଣ ଗୁରୁତର ଆହତ ହୋଇଥିବା ଜଣାଯାଇଛି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ ।