ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ । ଆଇଏମଡି ଡିଜିଙ୍କ ସୂଚନା ଉପକୂଳ ଓଡିଶା ଓ ପଶ୍ଚିମବଙ୍ଗରେ ହୋଇପାରେ ପ୍ରବଳ ବର୍ଷା ।

707

କନକବ୍ୟୁରୋ:ବଙ୍ଗୋପସାଗରରେ ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆଗାମୀ ୨୫ ତାରିଖରୁ ଉପକୂଳ ଓଡିଶା ଓ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।ବୁଧବାର ସକାଳୁ ଦକ୍ଷିଣ-ପଶ୍ଚିମ ଏବଂ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଏହା ଉତର-ପୂର୍ବ ଦିଗକୁ ଗତି କରିବ ଏବଂ ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି ।

ଏହାର ଗତି ଉତର-ପୂର୍ବ ଦିଗକୁ ରହିବା ସହ ଆହୁରୀ ତୀବ୍ର ହେବ । ଏବଂ ୨୫ ତାରିଖ ସନ୍ଧ୍ୟା ବେଳକୁ ଉତର-ପୂର୍ବ ଏବଂ ଊତର-ପଶ୍ଚିମ ବଙ୍ଗୋପସାଗରରେ ପହଂଚିବାର ସମ୍ଭାବନା ରହିଛି । ସେଥିପାଇଁ ମତ୍ସ୍ୟଜୀବୀମାନଙ୍କୁ କାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଯାହାର ପ୍ରଭାବରେ ଆଗାମୀ ତିନିଦିନ ଯାଏ କାଳବୈଶାଶୀ ପ୍ରଭାବ ରହିବ । କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।