ଆଭ୍ୟନ୍ତରୀଣ ଓଡ଼ିଶାରୁ ଦକ୍ଷିଣ-ପୂର୍ବ ରାଜସ୍ଥାନ ଯାଏଁ ଟ୍ରପଲାଇନ୍ ପ୍ରଭାବରେ ବର୍ଷା: ରାଜ୍ୟରେ ପାଣିପାଗ ବିଭାଗର ପୂର୍ବାନୁମାନ, ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା

Advertisment
ଆଭ୍ୟନ୍ତରୀଣ ଓଡ଼ିଶାରୁ ଦକ୍ଷିଣ-ପୂର୍ବ ରାଜସ୍ଥାନ ଯାଏଁ ଟ୍ରପଲାଇନ୍ ପ୍ରଭାବରେ ବର୍ଷା: ରାଜ୍ୟରେ ପାଣିପାଗ ବିଭାଗର ପୂର୍ବାନୁମାନ, ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା

କନକ ବ୍ୟୁରୋ: ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟରେ ଜାରି ରହିଛି ବିକ୍ଷିପ୍ତ ବର୍ଷା । ପାଣିପାଗ ବିଭାଗର ପୂର୍ବାନୁମାନ, ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା । ଆଭ୍ୟନ୍ତରୀଣ ଓଡ଼ିଶା ଠାରୁ ଦକ୍ଷିଣ ପୂର୍ବ ରାଜସ୍ଥାନ ପର୍ଯ୍ୟନ୍ତ ଛତିଶଗଡ଼ ଦେଇ ଏକ ନିମ୍ନଚାପ ରେଖା ଗତି କରୁଛି । ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏବଂ ପବନର ବେଗ ଘଂଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ । ଆଗାମୀ ୨୪ ଘଂଟା ପାଇଁ ପାଖାପାଖି ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe