ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲା । ଅଭିଯୁକ୍ତ ରାକେଶ ସ୍ୱାଇଁକୁ ୩ ଦିନିଆ ରିମାଣ୍ଡରେ ନେବ କୁଆଖିଆ ପୋଲିସ । 

341

କନକ ବ୍ୟୁରୋ : ବହୁଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାରେ ଆଜି ରାକେଶର ରିମାଣ୍ଡ ଆବେଦନ ଉପରେ ଶୁଣାଣି କରିଛନ୍ତି କୋର୍ଟ । ରାକେଶକୁ ରିମାଣ୍ଡରେ ଆଣିବା ପାଇଁ ପୁଲିସ ଆବେଦନ କରିଥିଲା । ଆଜି ଏହି ରିମାଣ୍ଡ ଆବେଦନର ଶୁଣାଣି କରି କୋର୍ଟ ଅଭିଯୁକ୍ତ ରାକେଶ ସ୍ୱାଇଁକୁ ୩ ଦିନିଆ ରିମାଣ୍ଡରେ ନେବା ପାଇଁ କୁଆଖିଆ ପୋଲିସକୁ ଅନୁମତି ପ୍ରଦାନ କରିଛନ୍ତି । ତେବେ ରାକେଶକୁ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ କରିଥିଲା ପୋଲିସ ।

କୋର୍ଟଙ୍କ ଅନୁମତି ପରେ ପୁଲିସ ରାକେଶକୁ ଭୁବନେଶ୍ୱର ଆଣି ଅଧିକ ପଚରାଉଚରା କରିବ । ଆବଶ୍ୟକ ପଡିଲେ ଝରାଫୁଲଙ୍କ ମୃତ୍ୟୁ କେମିତି ହେଲା ତାକୁ ନେଇ ସିନ୍ ରି-କ୍ରିଏସନ୍ କରିପାରେ । ଝରାଫୁଲ-ରାକେଶ ଲିଙ୍ଗରାଜ ଷ୍ଟେସନ ନିକଟ ଫାଷ୍ଟଫୁଡ୍ ଦୋକାନରୁ ବିରିୟାନି ଖାଇ ଖଣ୍ଡଗିରି ଧର୍ମବିହାର ସ୍ଥିତ ଗେଷ୍ଟ ହାଉସକୁ ଯିବା ବାଟରେ ଆଉ କିଛି ଖାଇଥିଲେ କି ? ସେହିଦିନ ଝରାଫୁଲ କିଛି ଔଷଧ କିମ୍ବା ନିଶାଦ୍ରବ୍ୟ ପିଇଥିଲେ କି ? ସେଦିନ ରାତିରେ ରାକେଶ ଓ ଝରାଫୁଲ ଗେଷ୍ଟ ହାଉସରେ ଥିବା ବେଳେ କ’ଣ ଘଟିଥିଲା, ସେବାବଦରେ ରାକେଶ ଠାରୁ ଜାଣିବା ପାଇଁ ଉଦ୍ୟମ କରିବ ପୁଲିସ । ଆଉ ଆବଶ୍ୟକ ପଡିଲେ, ପୁଲିସ ରାକେଶକୁ ସେହି ସବୁ ସ୍ଥାନକୁ ନେଇ ସିନ୍ ରି-କ୍ରିଏସନ କରିବ ବୋଲି ଚର୍ଚ୍ଚା ହେଉଛି ।