ବର୍ତ୍ତମାନ ରାଜ୍ୟରେ ଗର୍ଭବତୀଙ୍କୁ ଦିଆଯିବନି ଟିକା । ଜିଲ୍ଲାପାଳ, ମ୍ୟୁନିସିପାଲ କମିସନର ଓ ସିଡିଏମଓଙ୍କୁ ସ୍ୱାସ୍ଥ୍ୟ ବିଭାଗର ଚିଠି ।

1,575

କନକ ବ୍ୟୁରୋ: ବର୍ତ୍ତମାନ ପରିପ୍ରେକ୍ଷୀରେ ରାଜ୍ୟର ଗର୍ଭବତୀ ମହିଳାଙ୍କୁ କରୋନା ଟିକା ଦିଆଯିବ ନାହିଁ । ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିସନର ଓ ସିଡିଏମ୍‌ଓଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ଏହା ପୂର୍ବରୁ ଗର୍ଭବତୀଙ୍କୁ ଟିକା ଦିଆଯିବା ନେଇ କେନ୍ଦ୍ରରୁ ମାର୍ଗଦର୍ଶିକା ଆସିଥିଲା । କିନ୍ତୁ ଏବେ ଗର୍ଭବତୀମାନଙ୍କୁ ଟିକା ଦିଆଯିବ ନାହିଁ । ରାଜ୍ୟ ସରକାର କହିଛନ୍ତି ଯେ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଖୁବଶୀଘ୍ର କର୍ମଶାଳାର ଆୟୋଜନ କରିବ । ଏହା ପରେ ରାଜ୍ୟ ପକ୍ଷରୁ ଜିଲ୍ଲା ସ୍ତରରେ ସ୍ୱାସ୍ଥ୍ୟକର୍ମୀଙ୍କୁ ତାଲିମ ଦିଆଯିବ । ତେଣୁ କିଛି ଦିନ ଅପେକ୍ଷା କରିବାକୁ ହେବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର କର୍ମଶାଳା ପରେ ରାଜ୍ୟ ପକ୍ଷରୁ ପଦକ୍ଷେପ ନିଆଯାଇଛି । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏହି ସୂଚନା ଦେଇଛନ୍ତି ।