୧୪ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ। ୪ ଅଧିକାରୀ ଚାକିରିରୁ ବହିଷ୍କୃତ, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର, ଅନ୍ୟ ୬ ଜଣଙ୍କ ପେନସନ୍ ସ୍ଥଗିତ।

210

କନକ ବ୍ୟୁରୋ: ୧୪ ଦୁର୍ନୀତିଖୋର ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ୪ ଚାକିରିରୁ ବହିଷ୍କୃତ, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ବାକି ୬ଜଣଙ୍କ ପେନସନ୍ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି । ଜଣେ ସୁପରିନ୍ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଂଟ ଇଞ୍ଜିନିୟର, ଜଣେ ଡି.ଏସ୍.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟରଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ।

ପୂର୍ବରୁ ୧୭୩ ଜଣଙ୍କ ବିରୁଦ୍ଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ନେଇଥିବା ବେଳେ, ଏହି ୧୪ ଜଣଙ୍କୁ ମିଶାଇ ଏବେ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୫ଟି ଓ ମୋ ସରକାର ଜରିଆରେ ମିଳିଥିବା ମତାମତ ଆଧାରରେ ଏହି କଠୋର ପଦକ୍ଷେପ ନିଆଯାଇଛି ।