କନକ ବ୍ୟୁରୋ : ଜିଲ୍ଲା ମାନ୍ୟତା ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ ପାଳନ କରାଯାଉଛି । ଏହା ଫଳରେ ଜନଜୀବନ ପ୍ରଭାବିତ ହୋଇଛି । ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ ପାଳିତ ହେଉଛି । ଟିଟିଲାଗଡ଼ରେ ଦୋକାନ ବଜାର, ଶିକ୍ଷାନୁଷ୍ଠାନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ସବୁ ବନ୍ଦ ରହିଛି । ତେବେ ଜରୁରୀ ସେବାକୁ ବନ୍ଦରୁ ବାଦ ଦିଆଯାଇଛି ।