ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟ । ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ କୋହଲା ପାଗ । ୩ ଦିନ ଯାଏଁ ଘନ କୁହୁଡ଼ି ଆଶଙ୍କା ।

301

କନକ ବ୍ୟୁରୋ: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଦେଖିବାକୁ ମିଳିଛି । ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗର ଅଂଚଳରେ ସକ୍ରିୟ ଗୁରୁଚାପ ବଳୟ ରହିଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ କୋହଲ ପାଗ ଲାଗି ରହିଛି । ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘନ କୁହୁଡି ଅନୁଭୂତ ହେବ । ଘନ କୁହୁଡି ଯୋଗୁ ଦୃଶ୍ୟମାନ ଦୂରତା ହ୍ରାସ ପାଇବ । ତେଣୁ ରାତି ସମୟରେ ଦୁର୍ଘଟଣା ଘଟିବା ଆଶଙ୍କା ରହିଛି । ଜିଲ୍ଲାପାଳ ଓ ଏସ୍ପିମାନେ ଏଦିଗରେ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ଏହା ସହ ୨୪ ତାରିଖ ବେଳକୁ ସୁନ୍ଦରଗଡ଼, କେନ୍ଦୁଝର ଓ ବାଲେଶ୍ୱରରେ ହାଲୁକା ବର୍ଷା ହୋଇପାରେ ।