କନକ ବ୍ୟୁରୋ: ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ୬ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ । ଆସନ୍ତାକାଲି ସୃଷ୍ଟି ହୋଇପାରେ ତୀବ୍ର ଅବପାତ । ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା ।ବର୍ଷା ୧୭ ତାରିଖ ଯାଏଁ ଲାଗିରହିବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଜୁଆରିଆ ରହିବା ଯୋଗୁଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିରତକୁ ଯିବାକୁ ସତର୍କ କରାଯାଇଛି ।
ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଓ ୧୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଗଞ୍ଜାମ, ଖୋର୍ଦ୍ଧା, ଭଦ୍ରକ, କଟକ ଯାଜପୁର, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2023/11/9-18.jpg)