କନକ ବ୍ୟୁରୋ : ପ୍ରବଳ ହଟ୍ଟଗୋଳ ଭିତରେ ଆଜି ଗୃହରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧୯ ହଜାର ୮୩୩ କୋଟି ଟଙ୍କାର ଅତିରିକ୍ତ ବଜେଟ ଚିଠା ଆଗତ ହୋଇଛି । ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଅତିରିକ୍ତ ବଜେଟର ପରିମାଣ ବଢାଯାଇଛି ।
ସେପଟେ ଗୃହରେ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଜୋରଦାର ବିରୋଧ କରିଛନ୍ତି ବିଜେପି ସଦସ୍ୟ । କଂଗ୍ରେସ ସଦସ୍ୟମାନେ ମଧ୍ୟ ପ୍ରତିବାଦ କରିଥିଲେ । ତେବେ ପ୍ରବଳ ହଟ୍ଟଗୋଳ ହେବାରୁ ଆସନ୍ତାକାଲି ୧୦ଟା ୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/12/48.jpg)