କନକ ବ୍ୟୁରୋ: ଶ୍ରୀକ୍ଷେତ୍ରରେ ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହୋଇଛି । ରାଘବ ଦାସ ଓ ବଡ଼ ଓଡିଆ ମଠ ପକ୍ଷରୁ ଅଧର ହାଣ୍ଡି ପ୍ରସ୍ତୁତ ହୋଇ ମଧ୍ୟାହ୍ନ ଧୂପ ପରେ ନୀତି ବଢି ଅଧର ପଣା ଭୋଗ ହୋଇଥିଲା । ଏହାପରେ ହାଣ୍ଡି ଭଙ୍ଗା ଯିବାର ନୀତି ସମ୍ପନ୍ନ ହୋଇଥିଲା । ପରମ୍ପରା ଅନୁସାରେ ପ୍ରତି ରଥରେ ତିନିଟି ଅଧର ଚୁମ୍ବିତ ହାଣ୍ଡି ରଥ ଉପରେ ବିଗ୍ରହ ମାନଙ୍କ ସମ୍ମୁଖରେ ରଖାଯାଇଥିଲା । ସେଥିରେ ସୁସ୍ୱାଦୁ ଓ ସୁଗନ୍ଧିତ ଦ୍ରବ୍ୟ ଯଥା କେଶର, ଲହୁଣୀ, ଛେନା, ସର, କ୍ଷୀର, ମିଶିରି, କର୍ପୁର ଏଭଳି ଅନେକ ଦ୍ରବ୍ୟ ପଡ଼ି ପ୍ରସ୍ତୁତ ହୋଇଥିଲା ଅଧର ପଣା ।
ସୁଆର ସେବାୟତ ଏହି ପଣା ପ୍ରସ୍ତୁତ କରିବା ସହ ପୂଜାପଣ୍ଡା ସାମନ୍ତ ଲାଗି କରିଥିଲେ । ଶ୍ରୀମନ୍ଦିର ସତ୍ତ୍ୱଲିପି ଅନୁସାରେ ସିଂହଦ୍ୱାର ସମ୍ମୁଖରେ ମହାପ୍ରଭୁଙ୍କର ଦକ୍ଷୀଣାଭିମୁଖୀ ଯାତ୍ରା ସମାପ୍ତି ପରେ ଅଧରପଣା ନୀତି ଉଲ୍ଲେଖ ରହିଛି । ରଥରୂଢ ଦିଅଁମାନଙ୍କ ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ଅଧର ଉଚ୍ଚ ମାଟି ହାଣ୍ଡିରେ ଏହି ପଣା ଦିଆଯାଉଥିବାରୁ ଏହାକୁ ଅଧର ପଣା କୁହାଯାଏ । ତେବେ ଏହି ଅଧରପଣା ରଥ ସହ ଯାଇଥିବା ଅଶରୀରୀ ଓ ପାଶ୍ୱର୍ ଦେବାଦେବୀଙ୍କୁ ଦିଆଯାଇଥାଏ । ଅଧରପଣା ନୀତି ସମାପନ ପରେ ଆସନ୍ତାକାଲି ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ ଓ ରତ୍ନ ଦେବୀକୁ ଫେରିବେ ଠାକୁର । ଏହାସହ କାଲି ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିବେ କାଳିଆ ଠାକୁର ।
ଆଜି ରଥାରୂଢ ତିନି ଠାକୁରଙ୍କୁ ଲାଗି ହେଲା ଅଧରପଣା #ରଥଯାତ୍ରା୨୦୨୧#AdharaPana#RathaJatra21#JaiJagannathapic.twitter.com/X4Fv05SrgY
— Kanak News (@kanak_news) July 22, 2021
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/07/adharapana.jpg)