କନକ ବ୍ୟୁରୋ : ଚନ୍ଦ୍ର ଅଭିଯାନର ସଫଳତା ପରେ ଆଜି ଭାରତ ଆରମ୍ଭ କରିବ ସୂର୍ଯ୍ୟ ଅଭିଯାନ । ଆଜି ଦିନ ୧୧ଟା ୫୦ରେ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଆଦିତ୍ୟ ଏଲ ୱାନକୁ ପ୍ରେରଣ କରିବ ଇସ୍ରୋ । ଆଦିତ୍ୟ ଏଲ-ୱାନକୁ ନେଇ ମହାକାଶକୁ ଯିବ ପିଏସଏଲଭି-ସି ୫୭ ରକେଟ୍ ।

Advertisment

ସୂର୍ଯ୍ୟଯାନ ଉତକ୍ଷେପଣର ୧୨୭ ଦିନ ଯାତ୍ରା କରିବା ପରେ ୧୫ ଲକ୍ଷ କିଲୋମିଟର ଲେଙ୍ଗରେଜିୟନ ପଏଣ୍ଟରେ ପହଞ୍ଚିବ । ଆଦିତ୍ୟଏଲ-୧ ମହାକାଶ ଯାନକୁ ଇସ୍ରୋ ପୃଥିବୀ ଠାରୁ ୧ ଦଶମିକ ୫ ନିୟୁତ କିମି ଉଚ୍ଚରେ ହାଲୋ ଅରବିଟରରେ ସ୍ଥାପନ କରିବ । ଯାହା ଇସ୍ରୋ ପାଇଁ ଏକ ଜଟିଳ କାର୍ଯ୍ୟ । କାରଣ ହାଲୋ ଅରବିଟରରେ ପୃଥିବୀର ଆକର୍ଷଣ ଶକ୍ତି ଶେଷ ହେଉଛି ଓ ସୂର୍ଯ୍ୟର ଆକର୍ଷଣ ଶକ୍ତି ଆରମ୍ଭ ହେଉଛି । ଏଠାରେ କୌଣସି ଛୋଟ ବସ୍ତକୁ ଦୀର୍ଘ ସମୟ ରଖାଯାଇପାରିବ ।

ତେବେ ସୌର ଯାନର ଗତିକୁ ନିୟନ୍ତ୍ରଣ କରାନଗଲେ ତାହା ସିଧା ସୂର୍ଯ୍ୟ ଅଭିମୁଖେ ଚାଲିଯିବାର ଆଶଙ୍କା ରହିଛି । ହାଲୋ ଅରବିଟରରେ ସୂର୍ଯ୍ୟ ଯାନକୁ ସ୍ଥାପନ କରି ଭାରତ ସୂର୍ଯ୍ୟ ଉପରେ ଅନୁଧ୍ୟାନ କରି ତଥ୍ୟ ହାସଲ କରିବ । ଆଦିତ୍ୟ ଏଲ-୧ରେ ମୋଟ ୭ଟି ପେଲେଡ ରହିଛି । ଏହି ସୌରଯାନ ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହୋଇଥିବା ବେଳେ ଏହା ଉପରେ ସାରା ବିଶ୍ୱର ନଜର ରହିଛି ।