କନକ ବ୍ୟୁରୋ : ଆସନ୍ତା ଦୁଇ ଦିନ ଯାଏ ଘନ କୁହୁଡି ଅନୁଭୂତ ହେବ । ଏଥିପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ତେଣୁ ଏହି ଦୁଇ ଦିନ ପାଣିପାଗରେ ସେମିତି କିଛି ପରିବର୍ତନ ହେବନି । କିନ୍ତୁ ଏହାପରେ ଧୀରେ ଧୀରେ ତାପମାତ୍ରା ତଳକୁ ଖସିବ । ପାଖାପାଖି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ତଳକୁ ଖସିବ । ତେଣୁ ଶୀତ ଲେଉଟିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ୧୨.୩ ଡିଗ୍ରି ସହ ଟିଟିଲାଗଡରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି ।

Advertisment

କେନ୍ଦ୍ରର ସୂଚନା ମୁତାବକ, ଆଜି ସକାଳେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତଥା ଉପକୂଳ ଓଡ଼ିଶାର କିଛି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିଛି । କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି । ସେହିଭଳି ୨୬ ତାରିଖରେ କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ଏଣୁ ଏହି ଦୁଇ ଦିନ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ସର୍ବନିମ୍ନ ତାପମାତ୍ରା ଟିଟିଲାଗଡ଼ଠାରେ ୧୨.୩ ଡିଗ୍ରି ରେକର୍ଡ ହୋଇଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଏହାପରେ ରାଜ୍ୟର ପାରଦ ଧୀରେଧୀରେ ନିମ୍ନଗାମୀ ହେବ ଓ ଶୀତ କମିବ ।