କନକ ବ୍ୟୁରୋ: ହେମନ୍ତ ସୋରେନଙ୍କ ଇସ୍ତଫା ପରେ ଝାଡ଼ଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ଚମ୍ପଇ ସୋରେନ । ଜେଏମଏମ ପକ୍ଷରୁ ତାଙ୍କୁ ବିଧାୟକ ଦଳର ନେତା ନିର୍ବାଚିତ କରାଯାଇଥିବା ବେଳେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ସେ ରାଜ୍ୟପାଳଙ୍କୁ ଭେଟି ଦାବି ଜଣାଇଛନ୍ତି । ଚମ୍ପଇ ସୋରେନ ହେମନ୍ତ ସୋରେନଙ୍କ ଘନିଷ୍ଠ ହୋଇଥିବା ବେଳେ ବର୍ତ୍ତମାନ ସରକାରରେ କ୍ୟାବିନେଟ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଉଛନ୍ତି । ଝାଡ଼ଖଣ୍ଡ ରାଜ୍ୟ ଗଠନରେ ପ୍ରମୁଖ ଭୂମିକା ତୁଲାଇଥିବା ଏହି ନେତା ଝାଡ଼ଖଣ୍ଡ ଟାଇଗର ଭାବେ ମଧ୍ୟ ବେଶ ପରିଚିତ ।
ଚମ୍ପଇ ସୋରେନ କିଏ ?
- ଚମ୍ପଇ ସୋରେନ ଝାଡଖଣ୍ଡ ସରକାରର ପରିବହନ ଓ ଏସସି-ଏସଟି ମନ୍ତ୍ରୀ ଅଛନ୍ତି
- ଝାଡଖଣ୍ଡ ଟାଇଗର ଭାବରେ ସେ ରାଜ୍ୟରେ ଜଣାଶୁଣା
- ୧୦ମ ଶ୍ରେଣୀ ଯାଏଁ ପାଠ ପଢିଛନ୍ତି ଚମ୍ପଇ ସୋରେନ
- ଝାଡଖଣ୍ଡ ଆନ୍ଦୋଳନ ସମୟରେ ଶିବୁ ସୋରେନଙ୍କ ସହଯୋଗୀ ଥିଲେ ଚମ୍ପଇ
- ପ୍ରଥମେ ଷଢେଇକଳା ଆସନରୁ ସ୍ୱାଧୀନ ଭାବେ ଲଢି ଜିତିଥିଲେ
- ଏହାପରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାରେ ସାମିଲ ହୋଇଥିଲେ
- ଅର୍ଜୁନ ମୁଣ୍ଡା ସରକାରରେ ଚମ୍ପଇ ସୋରେନ କ୍ୟାବିନେଟ ମନ୍ତ୍ରୀ ଥିଲେ
- ୨୦୧୦ରୁ ୨୦୧୩ ଯାଏଁ ମନ୍ତ୍ରୀ ଥିଲେ ଚମ୍ପଇ
- ଏହା ପରେ ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି ହୋଇଥିଲା
- ଏବେ ଜେଏମଏମର ଉପାଧ୍ୟକ୍ଷ ଅଛନ୍ତି ଚମ୍ପଇ
- ୨୦୧୯ରୁ ଝାଡଖଣ୍ଡ ସରକାରରେ ମନ୍ତ୍ରୀ ଅଛନ୍ତି