କନକ ବ୍ୟୁରୋ: ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି । ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ, ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଦସ୍ୱବ ଉପମୁଖ୍ୟମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି । କିଛି ସମୟରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ମୋଦୀ ଗ୍ୟାରେଂଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ପ୍ରସ୍ତୁତି କରିବ ରାଜ୍ୟ ୟୁନିଟ । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି । ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ସଭା ମଂଚରୁ ଏକାଧିକ ଗ୍ୟାରେଂଟି ଦେଇଥିଲେ । ବିଜେପି ସରକାର ଆସିଲେ ବିକଶିତ ଓଡିଶା ଗଢ଼ିବାର ପ୍ରତିଶ୍ରୁତି ଦେଇଥିଲେ । ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ ।
୩ ଦିନିଆ ଦିଲ୍ଳୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ: ରାଷ୍ଟ୍ରପତିଙ୍କୁ ଭେଟିବା ପରେ ସାଢ଼େ ୪ଟାରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା କାର୍ଯ୍ୟକ୍ରମ
/kanak/media/post_attachments/wp-content/uploads/2024/06/1-49.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)