କନକ ବ୍ୟୁରୋ : ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ଜାରି କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଅଧିକାରୀଙ୍କ ସୂଚନା ମୁତାବକ ପିପିଲି ଉପନିର୍ବାଚନର ସମସ୍ତ ପ୍ରକ୍ରିୟା ମେ ୧୮ ତାରିଖ ସୁଦ୍ଧା ଶେଷ ହେବ । ଏପ୍ରିଲ ୨୬ ରେ ନାମାଙ୍କନ ଦାଖଲର ଶେଷ ତାରିଖ ହୋଇଥିବା ବେଳେ, ଏପ୍ରିଲ ୨୭ ତାରିଖରେ ନାମାଙ୍କନ ଯାଂଚ ହେବ । ଏହାସହ ଏପ୍ରିଲ ୨୯ ତାରିଖକୁ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରଖାଯାଇଛି । ଏହାପରେ ମେ ମାସ ୧୩ ତାରିଖରେ ଭୋଟ ଗ୍ରହଣ ହେବ ଏବଂ ମେ’ ୧୮ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସରିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି ।
କହିରଖୁ କି ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଏଠାରେ ଉପନିର୍ବାଚନ ହେଉଛି । ହେଲେ ଏପ୍ରିଲ ୧୭ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କର ଦେହାନ୍ତ ହୋଇଥିଲା । ଏହାକୁ ନେଇ ନିର୍ବାଚନ ସ୍ଥଗିତ ରଖିଥିଲେ ନିର୍ବାଚନ ଅଧିକାରୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/04/16-13.jpg)