କନକ ବ୍ୟୁରୋ: ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ । ଛାତ୍ରଛାତ୍ରୀଙ୍କ ସହ ବିଦ୍ୟାଳୟ ଆଗରେ ଅଭିଭାବକଙ୍କ ବିକ୍ଷୋଭ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ କଙ୍ଗେଇଲ ଜନତା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା ଦେଖିବାକୁ ମିଳିଛି ।
ସ୍କୁଲରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏଁ ରହିଥିବା ବେଳେ ୧୫୨ ଜଣ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି । ୩ଟି ଶ୍ରେଣୀ ପାଇଁ ମାତ୍ର ୨ ଜଣ ଶିକ୍ଷକ ରହିଥିବା ଯୋଗୁ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି । ନୂଆ ଶିକ୍ଷକ ନିଯୁକ୍ତି ନେଇ ଅବିଭାବକମାନେ ବାରମ୍ବାର ଦାବି କରିଆସୁଥିଲେ ମଧ୍ୟ ସମାଧାନ କରାଯାଉନାହିଁ । ତେଣୁ ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକ ମାନେ ଆନ୍ଦୋଳନ କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/11/32-8.jpg)