ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା: ୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ରର ସୂଚନା

Advertisment
ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା: ୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ରର ସୂଚନା

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବା ଆଶଙ୍କା । ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ରବିବାର ମଧ୍ୟାହ୍ଣ ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲା ସମେତ ରାଜ୍ୟର ଅନ୍ୟ ବହୁ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ରାଜ୍ୟର ବାଲାଙ୍ଗୀର, କାଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବା ଦୃଷ୍ଟିରୁ ଏହି ୮ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାର କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe