କନକ ବ୍ୟୁରେ: ପୁଣି ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଲେ ଅଜିତ୍ ଡୋଭାଲ୍ । ଏଥିସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟକ୍ତିଗତ ସଚିବ ଭାବେ ପୁଣି କାର୍ଯ୍ୟ ଜାରି ରଖିବେ ଓଡିଆ ପୁଅ ପିକେ ମିଶ୍ର । ଏନେଇ ଆଜି ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି । ତେବେ କ୍ୟାବିନେଟର ନିଯୁକ୍ତ କମିଟି ଏହି ଦୁଇ ଜଣ ଅଫିସରଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରିଛନ୍ତି । ଏଥିସହ ଲଗାତାର ୩ୟ ଥର ପାଇଁ ଅଜିତ୍ ଡୋଭାଲ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଇଛନ୍ତି । ଅନ୍ୟପଟେ ଓଡିଆ ପୁଅ ତଥା ଅବସରପ୍ରାପ୍ତ ଆଇଏଏସ୍ ଅଫିସର ପିକେ ମିଶ୍ରଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି ।
Appointments Committee of the Cabinet approves the appointment of Dr. P.K. Mishra, lAS (Retired) as Principal Secretary to Prime Minister with effect from 10.06.2024. His appointment will be co-terminus with the term of the Prime Minister or until further orders whichever is… pic.twitter.com/9TfLd5aHZH
— ANI (@ANI) June 13, 2024