କନକ ବ୍ୟୁରୋ : ୫ ଦିନିଆ ରିମାଣ୍ଡରେ ଗଲେ ଆକାଶ ପାଠକ । ଆକାଶ ପାଠକଙ୍କୁ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ । ଜାଲିିଆତି, ଠକେଇ, ଷଡଯନ୍ତ୍ର ମାମଲାରେ ତାଙ୍କୁ ପଚରାଉଚରା କରାଯିବ । ଆଜି କୋର୍ଟରେ ହାଜର ହୋଇଥିଲେ ପାଠକ ବାପ-ପୁଅ । ଭୁବନେଶ୍ୱର ଏସଡ଼ିଜେଏମ୍ କୋର୍ଟରେ ହାଜର ହେବା ପରେ ତାଙ୍କୁ ଆଜି ରିମାଣ୍ଡରେ ନିଆଯାଇଛି ।
ଏହାସହ ଆକାଶଙ୍କ ନୂଆ ମାମଲାକୁ ନେଇ କୋର୍ଟକୁ ଅବଗତ କରାଯାଇଛି । ୬୫ ଲକ୍ଷ ଠକେଇ ମାମଲାରେ ମଧ୍ୟ କୋର୍ଟଙ୍କୁ ଅବଗତ କରରଯାଇଛି । ଟଙ୍କା ଠକେଇ ନେଇ ଖାରବେଳ ଥାନାରେ ମାମଲା ରହିଛି । ଆକାଶଙ୍କ ବିରୋଧରେ ୪୧୯, ୪୨୦, ୪୬୮, ୪୭୧ ୫୦୬, ୩୪ ଆଇପିସି ଦଫା ଲାଗିଛି । ଭିଜିଲାନ୍ସ ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିଲେ ଅଭୟକାନ୍ତ ପାଠକ ଏବଂ ଆକାଶ ପାଠକ । କୋର୍ଟରେ ହାଜର ବେଳେ ଆକାଶ ପାଠକ କହିଛନ୍ତି ଯେ ତାଙ୍କ ପାଖରେ ସବୁ ପ୍ରମାଣ ଅଛି, ସେ କୋର୍ଟକୁ ଦେବେ ।
ଏହା ସହ ସେ କାହାକୁ ଠକି ନଥିବା କହିଛନ୍ତି । ସେପଟେ ଆକାଶ ପାଠକଙ୍କୁ ଆଜିଠାରୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଂଚ । ଟାଟା ମୋଟର୍ସର ଠକେଇ ସିଣ୍ଡିକେଟର ଅଧିକ ଖୋଳତାଡ ପାଇଁ ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ ଭୁବନେଶ୍ୱର ଏସଡିଜେଏମ କୋର୍ଟ ଅନୁମତି ଦେଇଛନ୍ତି । ଝାରପଡା ଜେଲରୁ ଆକାଶଙ୍କୁ କ୍ରାଇମବ୍ରାଂଚ ମୁଖ୍ୟାଳୟ ନେବା ପାଇଁ ଟିମ୍ ଏବେ ଜେଲରେ ପହଂଚି ସାରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/12/11-9.jpg)