କନକ ବ୍ୟୁରୋ : ବାତ୍ୟା ଫୋନିରେ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଥିବା ଓଡିଶା ପାଇଁ ଛୁଟୁଛି ସହାୟତାର ସୁଅ । ବାତ୍ୟା ପୀଡିତଙ୍କ ପାଇଁ ସହାୟତାର ହାତ ବଢାଇଲେ ବଲିଉଡର ଖିଲାଡି ଷ୍ଟାର ଅକ୍ଷୟ କୁମାର । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୧ କୋଟି ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି ଅକ୍ଷୟ ।
ତେବେ ଅସୁବିଧା ସମୟରେ ଅନ୍ୟମାନଙ୍କୁ ସାହାଯ୍ୟ କରିବା ଅକ୍ଷୟ କୁମାରଙ୍କ ପାଇଁ କିଛି ନୂଆ କଥା ନୁହେଁ । ପୂର୍ବରୁ ମଧ୍ୟ ସେ ଅନେକ ଲୋକଙ୍କୁ ସାହାଯ୍ୟ କରିଛନ୍ତି । ନିକଟରେ ପୁଲୱାମାରେ ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ବୀର ଯବାନଙ୍କ ପରିବାରଙ୍କୁ ୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଥିଲେ ବଲିଉଡର ଏହି ଲୋକପ୍ରିୟ କଳାକାର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/05/Pulwama.jpeg)