ଆହୁରି ୩ ଘଣ୍ଟା ପାଇଁ ସତର୍କତା । ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା ।

2,622

କନକ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ଅସହ୍ୟ ଗୁଳୁଗୁଳିର ମିଳିଲା ଆଶ୍ୱସ୍ତି । ଟ୍ୱିଟନସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଏହାରି ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି, ଭଦ୍ରକ, ଯାଜପୁର, ଜଗତସିଂହପୁର. ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, କଳାହାଣ୍ଡି, କଟକ ଏବଂ ପୁରୀ ଭଳି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।