କନକ ବ୍ୟୁରୋ: ଆଗାମୀ ୬ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ କୁଆପଥର ସହ ବିଜୁଳି ଓ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ ଓ ଗଜପତି ଜିଲ୍ଲା । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି, କୁଆପଥର ସହ ଝଟକା ପବନ ( ୫୦-୬୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି, କୁଆପଥର ସହ ଝଟକା ପବନ ( ୪୦-୫୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି, କୁଆପଥର ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

୨୧ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ ଓ ଗଜପତି ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି, କୁଆପଥର ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ୨୨ ଓ ୨୩ ତାରିଖରେ ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।