ସକ୍ରିୟ ରହିଛି ଲଘୁଚାପ । ଆହୁରି ୨ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା । ୩ ଜିଲ୍ଲା ପ୍ରବଳ ବର୍ଷା ନେଇ ସତର୍କ ସୂଚନା ।
କନକ ବ୍ୟୁରୋ: ସକ୍ରିୟ ରହିଛି ଲଘୁଚାପ, ଆହୁରି ଦୁଇ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ସୃଷ୍ଟ ଲଘୁଚାପ । ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବଲାଙ୍ଗୀର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା ଆଦି ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
Kanak News is now on WhatsApp
Join and get latest news updates delivered to you via WhatsApp
ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟରେ ପ୍ରବେଶ କରିବାକୁ ମଧ୍ୟ ବାରଣ କରାଯାଇଛି ।