କନକ ବ୍ୟୁରୋ: ରାଜ୍ୟର ୪ଟି ବନ୍ଦର ପାଇଁ ସତର୍କ ସୂଚନା ଜାରି । ସତର୍କ ସୂଚନା ଜାରି କରିଛନ୍ତି ପାଣିପାଗ ବିଭାଗ । ଗୋପାଳପୁର, ପୁରୀ, ପାରାଦୀପ, ଧାମରା ବନ୍ଦରକୁ ବିପଦ ସଙ୍କେତ ଜାରି ହୋଇଛି । ଏହି ସବୁ ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ସାମ୍ଭାବ୍ୟ ବାତ୍ୟାକୁ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।
ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ବର୍ତମାନ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବା ବେଳେ ୧୨ଘଂଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହେବ । ଏହା ବାତ୍ୟାରେ ପରିଣତ ହୋଇପାରେ ବୋଲି ପୁର୍ବାନୁମାନ କରିଛି ପାଣିପାଗ ବିଭାଗ । ବର୍ତମାନ ଏହା ଗୋପାଳପୁରଠାରୁ ପଶ୍ଚିମ, ଦକ୍ଷିଣ-ପଶ୍ଚିମକୁ ୫୧୦ କିଲୋମିଟର ଓ ଆନ୍ଧ୍ରର କଳିଙ୍ଗପଟ୍ଟନମଠାରୁ ୫୯୦କିଲୋମିଟର ଦୂର ପଶ୍ଚିମକୁ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2021/09/20-25.jpg)